କେସିଙ୍ଗା ଗ୍ରୀଡ ସବ୍-ଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବିଦ୍ୟୁତ୍ କଟକଣା

0
Untitled

ବୁର୍ଲା, ୧୪.୧୧.୨୬: ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ୧୩୨/୩୩ କେ.ଭି. କେସିଙ୍ଗା ଗ୍ରୀଡ୍ ସବଷ୍ଟେସନ ବନ୍ଦ ରହିବ । ଏହା ଦ୍ୱାରା ଉକ୍ତ ଗ୍ରୀଡ ସବଷ୍ଟେସନରୁ ସଂଯୋଗ ହୋଇଥିବା ଟିପିଡବ୍ଲୁଓଡିଏଲର ୧୬ଟି ପିଏସ୍ଏସ୍ (ପାୱାର ସବଷ୍ଟେସନ୍) ପ୍ରଭାବିତ ହେବ । ଏହା ଫଳରେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କେସିଙ୍ଗା, ନୁନମଠ, କର୍ଲାମୁଣ୍ଡା, ଯୁରାଡ଼ୁବ୍ରା, ରୁପ୍ରାରୋଡ, ନର୍ଲା, ବନ୍ଧପରି, ଲାଞ୍ଜିଗଡ଼, ବଳିପଦା, ମ. ରାମପୁର, ମୋହନଗିରି, ମଦନପୁର, ଉତ୍କେଲ ଏବଂ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼,ଖୋଲନ ଓ ପିପଲପଦର ପାୱାର ସବଷ୍ଟେସନ୍ ଅଞ୍ଚଳ ଏବଂ ଏହାର ଆଖାପାଖ ଅଞ୍ଚଳ ଗୁଡ଼ିକରେ ଆସନ୍ତା ତା. ୧୬.୧୧.୨୦୨୬ ରିଖ
(ସୋମବାର) ଦିନ ସକାଳ ୮ ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ ।

ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ ।ବୈଷୟିକ ଦୃଷ୍ଟିରୁ ଯେଉଁଠାରେ ସମ୍ଭବ, ଗ୍ରାହକମାନଙ୍କ ଅସୁବିଧାକୁ ସର୍ବନିମ୍ନ କରିବା ଉଦ୍ଦେଶ୍ୟରେ ବିକଳ୍ପ ଫିଡର୍ ମାଧ୍ୟମରେ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଟିପିଡବ୍ଲୁଓଡିଏଲ୍ ସମସ୍ତ ପ୍ରକାରର ପ୍ରୟାସ କରିବ। ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ୍ କତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ତଥା ଜନସାଧାରଣଙ୍କ ସହଯୋଗ କାମନା କରୁଅଛନ୍ତି ।

ଟିପିଡବ୍ଲୁଓଡିଏଲ୍ ସମ୍ବନ୍ଧରେ: ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ ହେଉଛି ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ଯୌଥ ଉଦ୍ୟୋଗ, ଯେଉଁଥିରେ ଉଭୟଙ୍କ ଅଂଶଧନ ଯଥାକ୍ରମେ ୫୧:୪୯ ଅଟେ । ଟିପିଡବ୍ଲୁଓଡିଏଲ୍ ସମଗ୍ର ପଶ୍ଚିମ ଓଡ଼ିଶାରେ ବିଦ୍ୟୁତ ବିତରଣ ଏବଂ ଖୁଚୁରା ଯୋଗାଣ ଦାୟିତ୍ୱରେ ୯ଟି ଜିଲ୍ଲା ଏବଂ ପ୍ରାୟ ୪୮,୦୦୦ ବର୍ଗ କିଲୋମିଟର ବିତରଣ କ୍ଷେତ୍ରରେ ୨୧ ଲକ୍ଷରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଅଛି । କମ୍ପାନୀ ନିର୍ଭରଯୋଗ୍ୟ, ସୁରକ୍ଷିତ ଏବଂ ଗ୍ରାହକ-କେନ୍ଦ୍ରିକ ବିଦ୍ୟୁତ ସେବା ପ୍ରଦାନ ସହିତ ବିଦ୍ୟୁତ ଭିତ୍ତିଭୂମିର ଆଧୁନିକୀକରଣ, କାର୍ଯ୍ୟକ୍ଷେତ୍ରରେ ଉତ୍କର୍ଷତା, ଡିଜିଟାଲ ରୂପାନ୍ତରଣ, ସ୍ଥାୟୀ ବିକାଶ ଏବଂ ସମ୍ପ୍ରଦାୟ ବିକାଶ ପଦକ୍ଷେପକୁ ଆଗେଇ ନେବା ପାଇଁ ପ୍ରତିବଦ୍ଧ ଅଟେ । ଭିତ୍ତିଭୂମି, ପ୍ରଯୁକ୍ତିବିଦ୍ୟା ଏବଂ ଗ୍ରାହକ ସେବାରେ ନିରନ୍ତର ନିବେଶ ମାଧ୍ୟମରେ, ଟିପିଡବ୍ଲୁଓଡିଏଲ୍ ପଶ୍ଚିମ ଓଡ଼ିଶାର ସାମାଜିକ-ଆର୍ଥିକ ଅଭିବୃଦ୍ଧିକୁ ସମର୍ଥନ କରିବା ସହିତ ଏହି ଅଞ୍ଚଳର ଶକ୍ତି ରୂପାନ୍ତରଣ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ୟ ରଖିଛି ।

Leave a Reply

Your email address will not be published. Required fields are marked *